Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତା ୯ତାରିଖରେ ଆଉ ଏକ ବାତ୍ୟା ସମ୍ଭାବନା

ଆଣ୍ଡାମାନ ସାଗରରେ ଦାନ ବାନ୍ଧୁଛି ଲଘୁଚାପ

ଲଘୁଚାପ ବର୍ଷା ଏଯାଏଁ ଛାଡିନି, ଆଣ୍ଡାମାନ ସାଗରରେ ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ । ଏହା ଘନୀଭୂତ ହେଲେ ଅକ୍ଟୋବର ଦ୍ବିତୀୟ ସପ୍ତାହ ବେଳକୁ ସାମୁଦ୍ରିକ ବାତ୍ୟାର ରୂପ ନେଇପାରେ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ସେପଟେ ଆଣ୍ଡାମାନରେ ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ । ଏହା ଘନୀଭୂତ ହେଲେ ଅକ୍ଟୋବର ଦ୍ବିତୀୟ ସପ୍ତାହ ବେଳକୁ ସାମୁଦ୍ରିକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।ଲଘୁଚାପ ସାମୁଦ୍ରିକ ବାତ୍ୟାର ରୂପ ନେଲେ ତାର ନାଁ ଗତି ରଖାଯିବ । ତେବେ ଏହା କେତେ ବଳଶାଳୀ ହେବ ।

ଓଡ଼ିଶା ଉପରେ ଏହାର କଣ ପ୍ରଭାବ ରହିବ ତାହା ଏଯାଏ ସ୍ପଷ୍ଟ ହୋଇନାହିଁ । ବାତ୍ୟା ପାଇଁ ଓଡ଼ିଶାରେ ଅନୁକୂଳ ପରିବେଶ ନାହିଁ । ତେବେ ୯ ତାରିଖ ବେଳକୁ ଚିତ୍ର ସ୍ପଷ୍ଟ ହେବ । କିନ୍ତୁ ଲଘୁଚାପ ପ୍ରଭାବରେ ୧୧ ରୁ ୧୩ ତାରିଖ ଯାଏ ରାଜ୍ୟର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ସେପଟେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆହୁରି ୨୪ ଘଣ୍ଟା ବର୍ଷିବ । ନବରଙ୍ଗପୁର, ରାୟଗଡା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ସୋନପୁର, ନୂଆପଡା, ବଲାଙ୍ଗୀର, ଅନୁଗୋଳ, କେନ୍ଦୁଝର, ବରଗଡ, ସମ୍ବଲପୁର ଆଦି ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ତେଣୁ ମତ୍ସ୍ୟଜୀବୀକୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ତେବେ ଆସନ୍ତା ୭ ତାରିଖ ପରଠୁ ବର୍ଷା ପରିମାଣ କମିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Show More

Related Articles

Back to top button