ଓଡ଼ିଶାମୁଖ୍ୟ ଖବର

ଆଗକୁ ଲଘୁଚାପ, ଆସନ୍ତା ୨୮ରୁ ୩ ଦିନ ବର୍ଷିବ

ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ । ୨୮ରୁ ୩ଦିନ ବର୍ଷା । ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ଦେଢ଼କିମି କିମି ଉଚ୍ଚତାରେ ବାୟୁମଣ୍ଡଳ ପର୍ଯ୍ୟନ୍ତ ବ୍ୟାପିଛି । ପରବର୍ତ୍ତୀ ସମୟରେ ଏହି ଘୂର୍ଣ୍ଣିବଳୟଲଘୁଚାପ ରୂପନେବାର ର ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡିବ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ, କିନ୍ତୁ ତାମିଲନାଡୁ ଉପରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ୨୮ ତାରିଖରୁ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାସମ୍ଭାବନା ରହିଛି ବୋଲି ଭୁବନେଶ୍ଵରପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।

Show More

Related Articles

Back to top button