ଅପରାଧଆଇନ କାନୁନଦେଶ ବିଦେଶମୁଖ୍ୟ ଖବର

ରାଜୀବ ଗାନ୍ଧୀ ହତ୍ୟାକାରୀଙ୍କ ମୁକ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଛି କଂଗ୍ରେସ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୬ ଜଣ ଦୋଷୀଙ୍କୁ ପୂର୍ଣ୍ଣ ସମୟସୀମା ଆଗରୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ରାୟରେ କଂଗ୍ରେସ ଅସନ୍ତୋଷ ପ୍ରକାଶ କରିଛି । ଏହି ରାୟ ସମ୍ପୂର୍ଣ୍ଣ ଅଗ୍ରହଣୀୟ ଏବଂ ଭୁଲ ବୋଲି କଂଗ୍ରେସ କହିଛି। ଏହି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ନଳିନୀ ଶ୍ରୀହରନ୍ ଏବଂ ଆରପି ରବିଚନ୍ଦ୍ରନଙ୍କ ସମେତ ୬ ଜଣ ଦୋଷୀଙ୍କୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଜଷ୍ଟିସ୍ ବି.ଆର ଗାଭାଇ ଏବଂ ବି.ଭି ନାଗରାଥନାଙ୍କ ବେଞ୍ଚ କହିଛନ୍ତି ଯେ, ଏହି ମାମଲାରେ  ଅନ୍ୟତମ ଦୋଷୀ ଏଜି ପେରାରିଭାଲନଙ୍କ ସହ ଯେଉଁ ପଦକ୍ଷେପ ନିଆଯାଇଛି ସମାନ ବ୍ୟବସ୍ଥା ଅନ୍ୟ ଦୋଷୀମାନଙ୍କ କ୍ଷେତ୍ରରେ ଲାଗୁ ହେବ। କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ ଏକ ବିବୃତ୍ତିରେ କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବାକି ହତ୍ୟାକାରୀଙ୍କୁ ମୁକ୍ତ କରିବା ଲାଗି ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ସମ୍ପୂର୍ଣ୍ଣ ଗ୍ରହଣୀୟ ନୁହେଁ ଏବଂ ଭୁଲ ଅଟେ। ସେ କହିଛନ୍ତି, “କଂଗ୍ରେସ ପାଇଁ ଏହି ରାୟ ଅଗ୍ରହଣୀୟ।  ଦଳ ଏହାକୁ ସମାଲୋଚନା କରୁଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଯେ, ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ଭାରତର ଆତ୍ମା ସିଦ୍ଧ କାର୍ଯ୍ୟ କରିନାହାନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ହତ୍ୟା ମାମଲାରେ ନଳିନୀ ଏବଂ ଅନ୍ୟ ୬ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ। ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରେ ୩୧ ବର୍ଷ ଜେଲରେ ଥିବା ପେରାରୀବଲନଙ୍କୁ ଅତୀତରେ ମୁକ୍ତ କରାଯାଇଥିଲା ।

ସୂଚନା ଅନୁଯାୟୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡ ପାଇଁ ନଳିନୀ, ତାଙ୍କ ସ୍ୱାମୀ ମୁରୁଗାନ, ସନ୍ଥନ, ଜୟକୁମାର, ପେରାରୀବଲନ, ରବିଚନ୍ଦ୍ରନ ଏବଂ ରୋବର୍ଟ ପାୟସ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଆଉ ସମ୍ବିଧାନର ଧାରା ୧୪୨ରେ ଥିବା କ୍ଷମତା ପ୍ରୟୋଗ କରି ସୁପ୍ରିମକୋର୍ଟ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଏ. ଜି. ପେରାରୀବଲନ୍‌ଙ୍କୁ ମୁକ୍ତ କରିବା ଲାଗି ଆଦେଶ ଦେଇଥିଲେ। ତାଙ୍କର ଦଣ୍ଡାଦେଶ କାଟ କରିବା ଲାଗି ୨୦୧୮ରେ ତାମିଲନାଡୁ ସରକାର ସୁପାରିସ କରିଥିବା ସତ୍ତ୍ୱେ ମୁକ୍ତିରେ ବିଳମ୍ବ ହେବାରୁ କାରାଗାରରେ ୩୦ ବ‌ର୍ଷରୁ ଊର୍ଦ୍ଧ୍ୱ କାଳ ସଜ୍ଜା ଭୋଗି ସାରିଥିବା ପେରାରୀବଲନ୍‌ ସୁପ୍ରିମକୋର୍ଟରେ ନିବେଦନ କରିଥିଲେ।

Show More

Related Articles

Back to top button