ଆଉ ୧୦ ମୁଣ୍ଡ ନେଲା ମହାମାରୀ କୋରୋନା
ଆଜି ରାଜ୍ୟରେ କୋରୋନା ଭାଇରସ ୧୦ ଜଣଙ୍କ ମୁଣ୍ଡ ନେଇଛି। ଏମାନଙ୍କୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି।
ଭୁବନେଶ୍ୱର : ଅଦୃଶ୍ୟ କୋରୋନା ଭାଇରସ ଦିନକୁ ଦିନ ଲୋକଙ୍କ ପାଇଁ ବେଶ ଘାତକ ହେବାରେ ଲାଗିଛି । ଆଜି ରାଜ୍ୟରେ କୋରୋନା ଭାଇରସ ୧୦ ଜଣଙ୍କ ମୁଣ୍ଡ ନେଇଛି। ଏମାନଙ୍କୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ଖୋର୍ଦ୍ଧାରୁ ୩, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ସଂକ୍ରମତିଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁସାରେ ଗଞ୍ଜାମ ଜିଲ୍ଲାର ସମସ୍ତ ମୃତକ ମଧୁମେହ ଓ ଉଚ୍ଚରକ୍ତଚାପରେ ପୀଡିତ ଥିଲେ। ସେହିପରି ଖୋର୍ଦ୍ଧାରେ ମୃତ୍ୟ ଘଟିଥିବା ରୋଗୀ ଅନିୟନ୍ତ୍ରିତ ଡାଇବେଟିସ୍ ରୋଗରେ ପୀଡ଼ିତ ଥିଲେ। ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କ ପୁରୁଷଙ୍କର ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଅଛନ୍ତି, ଯିଏ ଅନିୟନ୍ତ୍ରିତ ଡାଇବେଟିସ୍ ରୋଗରେ ପୀଡ଼ିତ ଥିଲେ। ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ମୃତକ ମଧ୍ୟ ଉଚ୍ଚରକ୍ତଚାପ ଓ ମଧୁମେହ ରୋଗରେ ପୀଡିତ ଥିଲେ। ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟରେ ମୋଟ୍ ୨୦,୫୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨,୭୩୭ ରହିଛି।