ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ୫ ମୁଣ୍ଡ ନେଲା କରୋନା

ରାଜ୍ୟରେ ସ୍ଥିର ରହିଛି କରୋନା ସଂକ୍ରମଣ । ଯାହା ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨ ଜଣ, କେନ୍ଦୁଝର, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

Show More

Related Articles

Back to top button