Breaking PLUSଓଡ଼ିଶାମୁଖ୍ୟ ଖବର

ଚିନ୍ତା ବଢ଼ାଇଲାଣି ନୂଆ ଭାରିଆଣ୍ଟ ‘ଓମିକ୍ରନ୍‌’: ସତର୍କ ରହିବାକୁ ସବୁ ଜିଲ୍ଲାପାଳମାନଙ୍କୁ ସ୍ୱାସ୍ଥ୍ୟ ବିଭାଗର ଚିଠି

ଚିନ୍ତା ବଢ଼ାଇଲାଣି କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍‌’ । ଦକ୍ଷିଣ ଆଫ୍ରିକାରୁ ଏହି ନୂଆ ଭାରିଏଣ୍ଟ ଏବେ ଅନ୍ୟ ୫ଟି ଦେଶକୁ ବ୍ୟାପି ସାରିଲାଣି । ଏହାକୁ ଦୃଷ୍ଟିରେ ରଖି ଆତଙ୍କିତ ହୋଇଗଲେଣି ସବୁ ଦେଶ । କରୋନାର ନୂଆ ଭାରିଆଣ୍ଟକୁ ଦେଖି ରାଜ୍ୟ ସରକାର ମଧ୍ୟ ସତର୍କ ହୋଇଯାଇଛନ୍ତି । ଆଉ କରୋନାର ନୂଆ ଭାରିଆଣ୍ଟ ପାଇଁ ଖୁବ ଶୀଘ୍ର ରାଜ୍ୟ ସରକାର ଆଡ଼ଭାଇଜରି ମଧ୍ୟ କରିବେ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ।

ଆଜି ଗଣାମଧ୍ୟମକୁ ପ୍ରତିକ୍ରିୟା ଦେଇ ସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ଯେ କରୋନାର ନୂଆ ଭାରିଆଣ୍ଟ ଯେଉଁ ଦେଶରେ ବିପଦ ସୃଷ୍ଟି କରିଛି, ସେହି ଦେଶରୁ ଯେଉଁମାନେ ଆସିବେ ବିମାନବନ୍ଦରରେ ସେମାନଙ୍କର କୋଭିଡ ଟେଷ୍ଟ କରାଯିବ । ଯଦି ପଜିଟିଭ ଆସିଲା, ତାହେଲେ ସେମାନଙ୍କ ସାମ୍ପୁଲକୁ ଜେନଂ ସିକୁଏନ୍ସ ପାଇଁ ଆଇଏଲଏସକୁ ପଠାଯିବ । ବିଦେଶ ଫେରନ୍ତା ଉପରେ ରହିଛି ନଜର । ଯେଉଁମାନେ ବିଦେଶରୁ ଫେରିବେ, ସେମାନେ ୧୦ ଦିନ ସଙ୍ଗରୋଧରେ ରହିବେ ।

ଏଥି ସହିତ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମସ୍ତ ଜିଲ୍ଲାପାଳ , ସିଡ଼ିଏମଓ ଓ ମୁନିସିପାଲିଟି କମିଶନରଙ୍କୁ ଚିଠି ଲେଖି ସତର୍କ ରହିବା ପାଇଁ ନିର୍ଦେଶ ଦେଇଛି । ସ୍କୁଲ କଲେଜ ହଷ୍ଟେଲରେ ଉପରେ କଡ଼ା ନଜର ରଖିବା ପାଇଁ ନିର୍ଦେଶ ଦିଆଯାଇଛି । ଫୋକସରେ ତିନି ‘ଟି’ ଟେଷ୍ଟିଂ, ଟ୍ରାକିଂ, ଟ୍ରିଟମେଣ୍ଟ ଓ ଟିକାକରଣ ଉପରେ ଗୁରୁତ୍ୱ ଦେବାକୁ ଦିଆଯାଇଛି । ସ୍କୁଲ କଲେଜରେ ଏବଂ ହଷ୍ଟେଲରେ ସ୍ୱତନ୍ତ୍ର ସଂଗରୋଧ କେନ୍ଦ୍ର କରିବା ପାଇଁ କୁହାଯାଇଛି । କୋଭିଡ ମାର୍ଗଦର୍ଶିକା ପାଳନ ପାଇଁ କୁହାଯାଇଛି । ସ୍କୁଲ କଲେଜ ହଷ୍ଟେଲରେ ସର୍ଭିଲାନସି କରିବା ପାଇଁ ନିର୍ଦେଶ ଦିଆଯାଇଛି । ଯେଉଁ ଛାତ୍ରଛାତ୍ରୀଙ୍କ ଲକ୍ଷଣ ରହିଛ ସ୍କୁଲ ନ ଆସିବା ପାଇଁ କୁହାଯାଇଛି । ଲକ୍ଷଣ ଥିଲେ ତାଙ୍କର ତୁରନ୍ତ ଟେଷ୍ଟ କରାଯିବାକୁ ବି କୁହାଯାଇଛି । ଯେଉଁଠି ଅଧିକ ସଂକ୍ରମଣ ବାହାରିବ, ତାହାକୁ ସିଲ କରାଯିବା ସହ ପୂର୍ବ ନିୟମକୁ କଡାକଡି ପାଳନ କରାଯିବ । ସମସ୍ତେ ସତର୍କ ରହିଲେ ତୃତୀୟ ଲହରକୁ ଏଡ଼ାଇ ଯାଇପାରିବା ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ।

Show More

Related Articles

Back to top button