Breaking PLUSଓଡ଼ିଶାଦେଶମୁଖ୍ୟ ଖବର

କରୋନାର ନୂତନ ଭାରିଆଣ୍ଟ ଓମିକ୍ରନ ନେଇ ରାଜ୍ୟ ମାନଙ୍କ ପାଇଁ ନୂଆ ଗାଇଡଲାଇନ ଜାରି କଲା କେନ୍ଦ୍ର

ଚିନ୍ତା ବଢ଼ାଇଲାଣି ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ ଓମିକ୍ରନ୍ । ଦକ୍ଷିଣ ଆଫ୍ରିକା ସମେତ ବିଭିନ୍ନ ଦେଶରେ ଏହି ନୂଆ ଭାରିଆଣ୍ଟ ଦ୍ୱାରା ଲୋକେ ଆକ୍ରାନ୍ତ ହେବା ପରେ ଏବେ ଭାରତବାସୀଙ୍କୁ ସତର୍କ ରହିବାକୁ କହିଛନ୍ତି ‌ସରକାର । ଏହା ସହ ପୂର୍ବରୁ ଜାରି ହୋଇଥିବା ଗାଇଡଲାଇନରେ କିଛି ପରିବର୍ତ୍ତନ ଆଣି ନୂଆ କରି ଏକ ଗାଇଡଲାଇନ ଜାରି କରିଛନ୍ତି କେନ୍ଦ୍ର ସରକାର ।

ସଂକ୍ରମଣ ଉପରେ ନଜର ରଖିବା ପାଇଁ ମନିଟରିଂ ବୃଦ୍ଧି ପାଇଁ କେନ୍ଦ୍ର ସରକାର ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ନୂତନ ଭାରିଆଣ୍ଟ ଓମିକ୍ରନ ସମ୍ବନ୍ଧରେ ସମସ୍ତ ରାଜ୍ୟକୁ ଏକ ଚିଠି ଲେଖି ଆନ୍ତର୍ଜାତୀୟ ଯାତ୍ରୀମାନଙ୍କ ଉପରେ କଡ଼ା ନଜର, ବର୍ଦ୍ଧିତ ପରୀକ୍ଷଣ, ହଟସ୍ପଟ୍ ଉପରେ ନଜର, ଜିନୋମ ସିକ୍ୟୁଏନସିଙ୍ଗ, ସ୍ୱାସ୍ଥ୍ୟ ଭିତ୍ତିଭୂମି ବୃଦ୍ଧି, ନୀରିକ୍ଷଣ ପଦକ୍ଷେପ ବୃଦ୍ଧି ଏବଂ କରୋନା ଟିକାକରଣକୁ ତ୍ୱରାନ୍ୱିତ କରିବାକୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର ।

Show More

Related Articles

Back to top button