ଓଡ଼ିଶାମୁଖ୍ୟ ଖବର

୨୪ ଘଣ୍ଟାରେ ୪୫୭ ନୂଆ ପଜିଟିଭ

ରାଜ୍ୟରେ ଆଜି ସାମାନ୍ୟ ବଢିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ହେଲେ ସଂକ୍ରମଣ ୫୦୦ ତଳକୁ ରହିଛି । ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୪୫୩ ନୂଆ କରୋନା ଆକ୍ରାନ୍ତ । ସେଥି ମଧ୍ୟରେ ୧୮ ବର୍ଷ ଭିତରେ ୫୩ ଜଣ ଚିହ୍ନଟ ହୋଇଛନ୍ତି । ୪୫୩ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୨୬୫ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୮୮ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

୪୫୩ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ, ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୧୭ ଜଣ, ଭଦ୍ରକରୁ ୪ ଜଣ, ବରଗଡ଼ରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୫୯ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୧ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୯ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୧୫ ହଜାର ୬୦୮ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୯୩୫ ରହିଛି । ୨୪ ଘଂଟାରେ ମହାମାରୀ କରୋନାରେ ୩ ଜଣଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button