Breaking PLUSଦେଶ ବିଦେଶମୁଖ୍ୟ ଖବର

ବଢୁଛି କୋରୋନା ଗ୍ରାଫ୍; ୬୦,୯୭୪ ନୂଆ କୋରୋନା ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୦,୯୭୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୪୮ ଜଣଙ୍କର ମୃତ୍ୟୁ ଘଟିଛି।

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢିବାରେ ଲାଗିଛି ମହାମାରୀ କୋରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୦,୯୭୪ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୪୮ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସଂକ୍ରମିତଙ୍କୁ ମିଶାଇ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୬୭,୩୨୩ରେ ପହଞ୍ଚିଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୪,୦୪,୫୮୫ ଜଣ ସୁସ୍ଥ ହୋଇଥିବା ବେଳେ ୫୮,୩୯୦ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି।

Show More

Related Articles

Back to top button