Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଚିହ୍ନଟ ହେଲେ ନୂଆ ୨୭୧ କରୋନା ସଂକ୍ରମିତ

୨ କରୋନା ସଂକ୍ରମିତ ମୃତ

ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨୭୧ ଜଣ କରୋନା ସଂକ୍ରମିତ । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ବୟସରୁ କମ୍‌ ବର୍ଗର ୬୦ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ନୂତନ ସଂକ୍ରମିତଙ୍କ ମଧ୍ୟରୁ ୧୫୮ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୧୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୪ ହଜାର ୬୯୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୩୧୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୩ ହଜାର ୩୪୪ ଜଣ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୩୭୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୨, ୯୩୨ ।

Show More

Related Articles

Back to top button