ଦେଶସ୍ୱତନ୍ତ୍ରସ୍ୱାସ୍ଥ୍ୟ

ଦେଶରେ ଉପରମୁହାଁ କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୮, ୮୪୦ ଜଣ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ମୋଟ୍ ୧୮, ୮୪୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି  ୪୩ ଜଣଙ୍କ ଜୀବନ ମୃତ୍ୟୁ ହୋଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ୨୫ ହଜାର ୩୮୬ ଆକ୍ରାନ୍ତଙ୍କ ଜୀବନ ଗଲାଣି ।  ସକ୍ରିୟ ମାମଲା ଏକ ଲକ୍ଷ ଉପରେ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୨୫,୦୨୮କୁ ବୃଦ୍ଧି ପାଇଛି ।

ଦେଶର ଦୈନିକ ପଜିଟିଭ ରେଟ୍ ୪.୧୪%ରେ ପହଞ୍ଚିଛି । ଏଯାବତ୍ ୪ କୋଟି ୨୯ ଲକ୍ଷ ୫୩ହଜାର ୯୮୦ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଦେଶବ୍ୟାପୀ ସମୁଦାୟ ୧୯୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

Show More

Related Articles

Back to top button