ଓଡ଼ିଶାସ୍ୱାସ୍ଥ୍ୟ

କୋଭିଡ ଓ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଶେଷ କରିବାକୁ ନିର୍ଦ୍ଦେଶ

କୋଭିଡ ଓ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟରେ କୋଭିଡ ମହାମାରୀ ତଥା ଏହାର ନୂଆ ଭାରିଏଣ୍ଟ ଓମିକ୍ରନ ସଂପର୍କରେ ପ୍ରସ୍ତୁତି , ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସଫଳ କାର୍ଯ୍ୟାନ୍ବୟନ ସଂପର୍କରେ ସମୀକ୍ଷା କରି ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ପ୍ରସ୍ତୁତି ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଟିକାକରଣକୁ ତ୍ବରାନ୍ବିତ କରିବା, ସବୁ କୋଭିଡ ଚିକିତ୍ସା ବ୍ୟବସ୍ଥାକୁ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଓମିକ୍ରନ ଲହରୀ ଆସିବା ପୂର୍ବରୁ ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ପ୍ରସ୍ତୁତି ଶେଷ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବି.ଏସ୍ .କେ.ୱାଇ ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ଜିଲ୍ଲାପାଳ ଓ ଏସ୍ .ପି. ମାନେ ବେସରକାରୀ ହସ୍ପିଟାଲ ଗୁଡ଼ିକର ନିୟମିତ ତଦାରଖ କରିବାକୁ ନିର୍ଦ୍ଦେଶ ରହିଛି ।

ଆସନ୍ତା ସପ୍ତାହକ ମଧ୍ୟରେ ସବୁ ହିତାଧିକାରୀଙ୍କୁ ବି.ଏସ୍ .କେ.ୱାଇ ସ୍ମାର୍ଟ ହେଲ୍ଥ କାର୍ଡ ପ୍ରଦାନ କରିବାକୁ କୁହାଯାଇଛି । ତେବେ ପିଲାମାନଙ୍କ ମଧ୍ୟରେ ଅଧିକ ହସ୍ପିଟାଲ ଚିକିତ୍ସା ଆବଶ୍ୟକ ହେଉଥିବା ଜଣାଯାଉଛି । ତେଣୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସାରା ରାଜ୍ୟରେ ଶିଶୁ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ କୁହାଯାଇଛି । ପୋଲିସ ବିଭାଗ କୋଭିଡ ନିୟମ ଗୁଡ଼ିକର ଦୃଢ଼ ଅନୁପାଳନ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ରହିଛି । ହସ୍ପିଟାଲ ଗୁଡିକରେ ଅକ୍ସିଜେନ ବ୍ୟବସ୍ଥା ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବାକୁ କୁହାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୨୭୫ଟି ବେସରକାରୀ ହସ୍ପିଟାଲ ଅନୁବନ୍ଧିତ ହୋଇଛନ୍ତି । ୫୫ଟି ଜାତୀୟ ସ୍ତରର ହସ୍ପିଟାଲ ଖୁବ ଶୀଘ୍ର ଏହି ଯୋଜନାରେ ସେବା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Show More

Related Articles

Back to top button