Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୭୦ ଜଣ ଆକ୍ରାନ୍ତ

ରାଜ୍ୟରେ ନିମ୍ନଗାମୀ ହେଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧୭୦ ଜଣ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୪ ଜଣ ଶିଶୁ ଓ କିଶୋର କରୋନା ସଂକ୍ରମିତ ରହିଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

୧୭୦ ଜଣ ନୂତନ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୯ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଗଜପତିରୁ ୧ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୬୧ ଜଣ, ମୟୂରଭଞ୍ଜରୁ ୩ ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୯୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୦ ହଜାର ୮୮୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ମଧ୍ୟ ୩ ହଜାର ୬୫୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Show More

Related Articles

Back to top button