ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ୬ ଜୀବନ ନେଲା କରୋନା

ରାଜ୍ୟରେ କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

Show More

Related Articles

Back to top button