Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ହ୍ରାସ ପାଉଛି କରୋନା ଜନିତ ମୃତ୍ୟୁ

୨୪ ଘଣ୍ଟାରେ ୩ଜଣଙ୍କ ପ୍ରାଣ ନଇଛି ମହାମାରୀ

ରାଜ୍ୟରେ ତଳକୁ ଖସୁଛି କରୋନା ସଂକ୍ରମଣ ଏହା ସହିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହେଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୨୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୦୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୭୬୫୪ ଜଣ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button