ଓଡ଼ିଶା

୫ ମୁଣ୍ଡ ନେଲା କରୋନା

ରାଜ୍ୟରେ ବର୍ତ୍ତମାନ କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି ।

ଆଜି ରାଜ୍ୟରେ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଦୁଇଜଣ, କଟକ, ଯାଜପୁର ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତକଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Back to top button