Breaking PLUSଦେଶମୁଖ୍ୟ ଖବର
ଦେଶରେ ଆଉ ୩୪୩ ମୁଣ୍ଡ ନେଲା କରୋନା ମହାମାରୀ

ଦେଶରେ ଦିନକୁ ଦିନ କରୋନା ସଂକ୍ରମଣରେ ହ୍ରାସ ଘଟୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ ଲାଗିଛି । ଆଜି ଦେଶରେ ୭ହଜାର ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୩୪୩ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କୋଭିଡ୍ ମୃତକଙ୍କ ସଂଖ୍ୟା ୪ଲକ୍ଷ ୭୬ହଜାର ୪୭୮କୁ ବୃଦ୍ଧି ପାଇଛି । ମୃତ୍ୟୁ ହାର ୧.୩୭ ପ୍ରତିଶତ ରହିଛି ।
ଏହି ସମୟ ମଧ୍ୟରେ ୭ହଜାର ୯୪୮ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୮ପ୍ରତିଶତ ରହିଛି । ବର୍ତ୍ତମାନ ସୁଦ୍ଧା ୩କୋଟି ୪୧ଲକ୍ଷ ୫୪ହଜାର ୮୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅପରପକ୍ଷରେ ସକ୍ରିୟ ମାମଲା ୮୭ହଜାର ୨୪୫ ରହିଛି । ସକ୍ରିୟ ମାମଲା ୦.୨୬ ପ୍ରତିଶତରେ ପହଞ୍ଚିଛି । ଦୈନିକ ପଜିଟିଭ୍ ହାର ୦.୬୪ ପ୍ରତିଶତ ରହିଥିବାବେଳେ ସାପ୍ତାହିକ ପଜିଟିଭ୍ ହାର ୦.୭୧ ପ୍ରତିଶତରୁ କମ୍ ରହିଛି ।