Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ଦୁଇ ଜଣଙ୍କ ଜୀବନ ନେଲା କରୋନା ଭୂତାଣୁ

ରାଜ୍ୟରେ ବର୍ତ୍ତମାନ ନିୟନ୍ତ୍ରଣରେ ରହୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । କିନ୍ତୁ ଏହି ସଂଖ୍ୟା ଉପର ତଳ ମଧ୍ୟ ହେଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୩୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ୨ ଜିଲ୍ଲାରୁ ୨ ଜଣଙ୍କ ମୁଣ୍ଡ ନେଇଛି କରୋନା । ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଓ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ୯୩ ବର୍ଷର ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ୫୦ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button