ଦେଶମୁଖ୍ୟ ଖବର

୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୧୮,୩୪୬ ଆକ୍ରାନ୍ତ

ଦେଶରେ ଦୀର୍ଘ ଦିନ ପରେ ସବୁଠୁ ନିମ୍ନସ୍ତରରେ ରହିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ହଜାର ୩୪୬ ନୂଆ ମାମଲା ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କେବଳ କେରଳରୁ ୮ ହଜାର ୮୫୦ ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ ପ୍ରାଣ ହରାଇଛନ୍ତି ୧୪୯ଜଣ । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୮,୫୩,୦୪୮ ଓ ମୃତ୍ୟୁସଂଖ୍ୟା ୪,୪୯,୨୬୦ରେ ପହଞ୍ଚିଛି ।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୯,୬୩୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୧,୫୦,୮୮୬ରେ ପହଞ୍ଚିଛି । ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୫୨,୯୦୨। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୧.୫୦କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୪ ତାରିଖ ସୁଦ୍ଧା ସମୁଦାୟ ୫୭,୫୩,୯୪,୦୪୨ନମୁନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୧୧,୪୧,୬୪୨ଟି ନମୁନା ।

Show More

Related Articles

Back to top button