
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୨୯ ଜଣ କରୋନା ସଂକ୍ରମିତ । ସେଥିମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫୨୯ ଜଣ ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ବୟସ ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୨ଜଣ । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩୦୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ରହିଥିବା ବେଳେ ଓ ୨୨୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏହି ନୂତନ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୨୬୭୩ କୁ ବୃଦ୍ଧି ପାଇଛି ।
୫୨୯ ଜଣ ନୂଆ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ରୁ ୬୩ଜଣ ରହିଛନ୍ତି ।