Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୨୫୫ ଆକ୍ରାନ୍ତ

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ଆଉ ୨୫୫ ଜଣ ଆକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୦ ଜଣ ସୁସ୍ଥ ହୋଇଛନ୍ତି । ଏଥିସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୧ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୨୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ମୟୂରଭଂଜରୁ ୧୨, ପୁରୀରୁ ୭, ଯାଜପୁର, ସୁନ୍ଦରଗଡ଼ରୁ ୬-୬, ଭଦ୍ରକ, ନୟାଗଡ଼ରୁ ୫-୫, ଢେଙ୍କାନାଳରୁ ୪, ବଲାଙ୍ଗୀର, ସମ୍ବଲପୁର, ସୁବର୍ଣ୍ଣପୁରରୁ ୩-୩, ବାଲେଶ୍ୱର, ଗଂଜାମ, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ାରୁ ୨-୨ ଜଣ, ବରଗଡ଼, କୋରାପୁଟରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୩୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button