Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୨୨୨ ଆକ୍ରାନ୍ତ

ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ୨୨୨ ଜଣ ଆକ୍ରାନ୍ତ । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ଜଣ ଅଛନ୍ତି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୨୨୪ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ୧୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି ଯାଜପୁରରୁ ୧୬, ମୟୂରଭଂଜରୁ ୧୩, କଟକରୁ ୧୦, ଢେଙ୍କାନାଳରୁ ୯, ଝାରସୁଗୁଡ଼ା, ସମ୍ବଲପୁରରୁ ୬-୬, ଜଗତସିଂହପୁର, ପୁରୀରୁ ୪-୪, ଗଂଜାମରୁ ୩, ଭ୍ରଦକରୁ ୨, ନୟାଗଡ଼ରୁ ଜଣେ ଓ ରାଜ୍ୟପୁଲରୁ ୨୫ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button