Breaking PLUSଓଡ଼ିଶାମୁଖ୍ୟ ଖବର
କରୋନା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଥିରେ ବଢୁଥିବାରୁ ସମୟ ଥାଉ ଥାଉ ଏହାର ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି କେନ୍ଦ୍ର ସରକାର । ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ସମସ୍ତ ରାଜ୍ୟ ସହ ଭିଡିଓ କନଫରେନସିଂ ଜରିଆରେ କୋଭିଡ ସ୍ଥିତିର ସମୀକ୍ଷା କରିବେ। ଏବେ ସଂକ୍ରମଣ ବଢୁଥିବାରୁ ରାଜ୍ୟମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।