Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୪ ଜଣଙ୍କ ଜୀବନ ନେଲା ମହମାରୀ କରୋନା

ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ହେଁ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉ ନାହିଁ । ଏହାରି ମଧ୍ୟରେ ମଙ୍ଗଳବାର ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ ଥିବାବେଳେ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଏବଂ ଅନୁଗୁଳ, ଭୁବନେଶ୍ୱର, କଟକ, ଜଗତସିଂହପୁର, ନୂଆପଡ଼ା, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୫୨୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୬୭୨୬ଜଣ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button