Breaking PLUSଦେଶଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ଅସ୍ଥିର

ନୂଆଦିଲ୍ଲୀ- ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ଅସ୍ଥିର ରହିଛି । ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା 95 ଡଲାର ଛୁଇଁଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ବ୍ୟାରେଲି ପିଛା 92 ଡଲାର ରହିଛି । ଏପଟେ ତୈଳ ଏବଂ ଗ୍ୟାସ ବିତରଣ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ ।
ଇଣ୍ଡିଆନ ଅଏଲ ୱେବସାଇଟ୍ ମୁତାବକ ସୋମବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ 96.72 ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା 89.62ଟଙ୍କା ରହିଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା 106.31 ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା 94.27ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ମୂଲ୍ୟ 106.03 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 92.76ଟଙ୍କା ରହିଛି । ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 102.63 ଟଙ୍କା ରହୁଥିବା ବେଳେ ଡିଜେଲ ମୂଲ୍ୟ 94.24 ଟଙ୍କା ରହିଛି ।

Show More

Related Articles

Back to top button