Breaking PLUSଦେଶ ବିଦେଶମୁଖ୍ୟ ଖବର

ଅନ୍ତର୍ଜାତୀୟ ମାର୍କେଟରେ ଅଶୋଧିତ ତୈଳଦର ମୂଲ୍ୟରେ ବୃଦ୍ଧି

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ବୃଦ୍ଧି ପାଇବାରେ ଲାଗିଛି । ବ୍ରେଣ୍ଟ କ୍ରୁଡର ମୂଲ୍ୟ ବ୍ୟାରେଲ ପିଛା 93ଡଲାର ଥିବା ବେଳେ ଡବ୍ଲୁୟୁଟିଆଇ କ୍ରୁଡର ମୂଲ୍ୟ ବ୍ୟାରେଲ ପିଛା 89 ଡଲାର ରହିଛି । ତେବେ ଦେଶରେ ତୈଳ ଓ ଗ୍ୟାସ ବିତରଣ କମ୍ପାନୀ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାନ୍ତି ।

ଇଣ୍ଡିଆନ ଅଏଲର ୱେବସାଇଟ୍ ମୁତାବକ ଗୁରୁବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା 96.72 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ ଲିଟର ପିଛା 89.62ଟଙ୍କା ରହିଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା 106.31 ଟଙ୍କା ରହିଥିବା ବେଳେ ଡିଜେଲ ଲିଟର ପିଛେ 94.27 ଟଙ୍କା ରହିଛି । କୋଲକାତାରେ ପେଟ୍ରୋଲ ଲିଟର ପିଛା 106.03 ଟଙ୍କା ରହିଥିବା ବେଳେ ଡିଜେଲ ଲିଟର ପିଛା 92.76 ଟଙ୍କା ରହିଛି । ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 102.63 ଟଙ୍କା ଥିବା ବେଳେ ଡିଜେଲ 94.24 ଟଙ୍କା ରହିଛି ।

Show More

Related Articles

Back to top button