Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ଦେଶରେ ତୈଳଦର ଅପରିବର୍ତ୍ତିତ

ନୂଆଦିଲ୍ଲୀ- ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଆଜି ସାମାନ୍ୟ ହ୍ରାସ ପାଇଛି । ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲି ପିଛା 90ଡଲାର ହୋଇଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ବ୍ୟାରେଲ ପିଛା 88 ଡଲାର ରହିଛି । ତେବେ ଦେଶରେ ତୈଳ ଓ ଗ୍ୟାସ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାନ୍ତି ।
ଇଣ୍ଡିଆନ୍ ଅଏଲର ୱେବସାଇଟ୍ ମୁତାବକ ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ 96.72 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 89.62ଟଙ୍କା ରହିଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ 106.31 ଟଙ୍କା ଥିବା ବେଳେ ଡିଜେଲ ରେଟ୍ 94.27 ଟଙ୍କା ରହିଛି । କୋଲକାତାରେ ପେଟ୍ରୋଲ ମୂଲ୍ୟ 106.03 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 92.76 ଟଙ୍କା ରହିଛି । ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 102.63ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 94.24ଟଙ୍କା ରହିଛି ।

Show More

Related Articles

Back to top button