Breaking PLUSଦେଶଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଅସ୍ଥିର

ନୂଆଦିଲ୍ଲୀ- ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଅସ୍ଥିର ରହିଛି । ଅଶୋଧିତ ବ୍ରେଣ୍ଟ ବ୍ୟାରେଲ ପିଛା 98 ଡଲାର ରହିଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ବ୍ୟାରେଲ ପିଛା 95 ଡଲାର ରହିବ । ତେବେ ଦେଶରେ ତୈଳ ଏବଂ ଗ୍ୟାସ ବିତରଣ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ ।
ଇଣ୍ଡିଆନ୍ ଅଏଲ ୱେବସାଇଟ୍ ମୁତାବକ ଗୁରୁବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଭୂଲ୍ୟ ଲିଟର ପିଛା 96.72 ଟଙ୍କା ଏବଂ ଡିଜେଲ ମୂଲ୍ୟ ଲିଟର ପିଛା 89.62 ଟଙ୍କା ରହିଛି । ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ 106.31 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 94.27 ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ମୂଲ୍ୟ 106.03 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 92.76 ଟଙ୍କା ରହିଛି । ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 102.63 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 94.24 ଟଙ୍କା ରହିଛି ।

Show More

Related Articles

Back to top button