Breaking PLUSଦେଶମୁଖ୍ୟ ଖବର

ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର, ଅଶୋଧିତ ତୈଳଦର ବ୍ୟାରେଲ ପିଛା 78 ଡଲାର

ନୂଆଦିଲ୍ଲୀ– ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ପାଇବାରେ ଲାଗିଛି। ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା 78 ଡଲାର ହୋଇଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ 72 ଡଲାର ରହିଛି । ତେବେ ସାର୍ବଜନୀନ କ୍ଷେତ୍ରରେ ତୈଳ ଓ ଗ୍ୟାସ ବିପଣନ କମ୍ପାନୀ ପେଟ୍ରୋଲ-ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ।
ଇଣ୍ଡିଆନ ଅଏଲର ୱେବସାଇଟ୍ ମୁତାବକ ଗୁରୁବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ 96.72ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 90.08 ଟଙ୍କା ରହିଛି । ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା 106.31ଟଙ୍କା ଥିବା ବେଳେ ଡିଜେଲ 94.27ଟଙ୍କା ରହିଛି । କୋଲକାତାରେ ପେଟ୍ରୋଲ ମୂଲ୍ୟ 106.03 ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ 92.76ଟଙ୍କା, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 102.63ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 94.24ଟଙ୍କା ରହିଛି ।

Show More

Related Articles

Back to top button