Breaking PLUSଦେଶଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଅନ୍ତର୍ଜାତୀୟ ବଜାରରେ ଅସ୍ଥିର ଅଶୋଧିତ ତୈଳଦର

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ଅସ୍ଥିର ରହିଛି ଅଶୋଧିତ ତୈଳଦର । ଅଶୋଧିତ ବ୍ରେଣ୍ଟର ମୂଲ୍ୟ ବ୍ୟାରେଲ ପିଛା 94 ଡଲାର ରହିଥିବା ବେଳେ ଅଶୋଧିତ ଡବ୍ଲୁଟିଆଇର ମୂଲ୍ୟ ବ୍ୟାରେଲ ପିଛା 91 ଡଲାର ରହିଛି । ତେବେ ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ ।
ଇଣ୍ଡିଆନ ଅଏଲର ୱେବସାଇଟ୍ ମୁତାବକ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା 96.72 ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା 89.62 ଟଙ୍କା ରହିଛି । ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ 106.31 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 94.27 ଟଙ୍କା ରହିଛି । କୋଲକାତାରେ ପେଟ୍ରୋଲ ଲିଟର ପିଛା 106.03 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 92.76 ଟଙ୍କା ରହିଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା 102.63 ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା 94.24 ଟଙ୍କା ରହିଛି ।

Show More

Related Articles

Back to top button