Breaking PLUSଦେଶମୁଖ୍ୟ ଖବର

ଅଶୋଧିତ ତୈଳଦର ବ୍ୟାରେଲ ପିଛା 76ଡଲାର, ପେଟ୍ରୋଲ-ଡିଜେଲ ମୂଲ ସ୍ଥିର

ନୂଆଦିଲ୍ଲୀ, 8 ଡିସେମ୍ବର – ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ସାମାନ୍ୟ ହ୍ରାସ ପାଇଛି । ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା 76ଡଲାର ରହିଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ମୂଲ୍ୟ ବ୍ୟାରେଲ ପିଛା 71ଡଲାର ରହିଛି । ତେବେ ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ।
ଇଣ୍ଡିଆନ୍ ଅଏଲର ୱେବସାଇଟ୍ ମୁତାବକ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା 96.72 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 89.62 ଟଙ୍କା ରହିଛି । ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ 106.31 ଟଙ୍କା ଓ ଡିଜେଲ ମୂଲ୍ୟ 94.27ଟଙ୍କା ରହିଛି । କୋଲକାତାରେ ପେଟ୍ରୋଲ ମୂଲ୍ୟ 106.03 ଟଙ୍କା ଓ ଡିଜେଲ ମୂଲ୍ୟ 92.76ଟଙ୍କା ଓ ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 102.63 ଟଙ୍କା ଓ ଡିଜେଲ ମୂଲ୍ୟ 94.24 ଟଙ୍କା ରହିଛି ।

Show More

Related Articles

Back to top button