Breaking PLUSଓଡ଼ିଶାମୁଖ୍ୟ ଖବର

ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା

ଭୁବନେଶ୍ୱର, 4 ଡିସେମ୍ବର – ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରା କୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ, ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି। କାର୍ତ୍ତିକ ପୂର୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆଜି ଶେଷ ହେବାର ଥିଲା ।

Show More

Related Articles

Back to top button