ଓଡ଼ିଶାମୁଖ୍ୟ ଖବର

ବାତ୍ୟା ‘ଗୁଲାବ’ ର ମୁକାବିଲା ପାଇଁ ଜୋରଦାର ପ୍ରସ୍ତୁତି

ଆଜି ସଂଧ୍ୟାରୁ ଆସନ୍ତା କାଲି ୯ଟା ଯାଏଁ କେହି ବାହାରକୁ ନଯିବାକୁ SRC ଙ୍କ ଅନୁରୋଧ

ଆଜି ସଂଧ୍ୟାରୁ ରାତି ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ଗୁଲାବ’ । ଶ୍ରୀକାକୁଲମରେ ଲ୍ୟାଣ୍ଡଫଲ ହେବ । ଗଜପତି, ରାୟଗଡା, ମାଲକାନାଗିରି ଜିଲ୍ଲା ଦେଇ ଅତିକ୍ରମ କରିବା ସହ ୮୫ରୁ ୯୫ କିମି ବେଗରେ ପବନ ବୋହିବ । ଧୀରେ ଧୀରେ ପବନର ବେଗ କମିବ । ଏହାପରେ ୬୦ରୁ ୭୦ କିମି ବେଗରେ ଗଂଜାମ ଗଜପତିରେ ପବନ ହେବାର ସମ୍ଭାବନା ରହିଛି । କୋରାପୁଟ, ରାୟଗଡା, ଗଜପତିରେ ଆସନ୍ତାକାଲି ପ୍ରଭାବ ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଏସ୍‌ଆର୍‌ସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ଏସଆରସିଙ୍କ ଆକଳନ ଅନୁଯାୟୀ, ବାତ୍ୟା ପୂର୍ବରୁ ଓ ପରେ ମୁଖ୍ୟତଃ ୩ ପ୍ରକାର ସମସ୍ୟା ହେବାର ସମ୍ଭାବନା ରହିଛି । ପବନ, ଭୂସ୍ଖଳନ ଓ ବନ୍ୟା ହେବାର ସମ୍ଭାବନା ରହିଛି । ପବନ ଯୋଗୁଁ ଅଧିକ କ୍ଷୟକ୍ଷତି ହେବ । ଗଛ ଓ ଖୁଣ୍ଟି ଉପୁଡିପାରେ । ଗଜପତି, ରାୟଗଡା, କୋରାପୁଟରେ ଲ୍ୟାଣ୍ଡ ସ୍ଲାଇଡ୍ ହେବାର ସମ୍ଭାବନା ରହିଛି । ନାଗାବଳି, ଋଷିକୂଲ୍ୟା ଓ ବଂଶଧାରାରେ ବନ୍ୟା ପାଣି ଆସିପାରେ । ଫ୍ଲାସ୍ ଫ୍ଲଡ୍ ଆସିପାରେ। ଏଥିପାଇଁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇଛି ।

ସେହିପରି ଋଷିକୂଲ୍ୟାର ରିଜର୍ଭରରେ ଥିବା ପାଣି ୬୦ ପ୍ରତିଶତକୁ ଖସାଇ ଦିଆଯିବ । ବଡ ବନ୍ୟାର ଆଶଙ୍କା ନାହିଁ । ବଡ ଧରଣର ବନ୍ୟାକୁ ମୁକାବିଲା ପାଇଁ କିଛି ଡ୍ୟାମ ଓ କେନାଲରୁ ପାଣି ନିଷ୍କାସନ କରାଯାଉଛି । ସବୁ ଉଦ୍ଧାରକାରୀ ଦଳ ଆଲର୍ଟ ଅଛନ୍ତି । କୋଷ୍ଚଗାର୍ଡ ଓ ନାଭାଲର ସହାୟତା ପାଇଁ ଆଲୋଚନା ହୋଇଛି । ସବୁ ମତ୍ସ୍ୟଜୀବୀ ସମୁଦ୍ରରୁ ଫେରି ଆସିଛନ୍ତି । କେବଳ ପାରଦ୍ବୀପରେ ଗୋଟିଏ ବୋଟ୍ ଖରାପ ଅଛି, କୋଷ୍ଟ ଗାର୍ଡ ଉଦ୍ଧାର କରୁଛି ।

କଳାହାଣ୍ଡିକୁ ସତର୍କ କରାଯାଇଛି । ଏହା ବାଦ ଖୋର୍ଦ୍ଧା, ପୁରୀ, ଗଂଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁରକୁ ହାଇ ଆଲର୍ଟ କରାଯାଇଛି । ଦିନ ୪ଟା ସୁଦ୍ଧା ସମସ୍ତ ପ୍ରଭାବିତଙ୍କୁ ସ୍ଥାନାନ୍ତରଣ କରାଯିବ । ସ୍ଲୋପ୍ , କଚ୍ଚା, ଲୋ ଲାଇନ ଏରିଆରୁ ସ୍ଥାନାନ୍ତରଣ କରାଯିବ । ଏସଓପି ଅନୁସାରେ ସମସ୍ତ କାର୍ଯ୍ୟ ହେବ । ଗର୍ଭବତୀଙ୍କୁ ପ୍ରଧାନ୍ୟ ଦିଆଯିବ । କୌଣସି ପ୍ରାଣ ହାନୀ ନ ହେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ୍ ନିୟମ ପାଳନ କରାଯିବ , ସେଲଟର୍ ହୋମରେ ଅଳ୍ପ ଅଳ୍ପ ଲୋକଙ୍କୁ ରଖାଯିବା ପାଇଁ ନିର୍ଦ୍ଦେଶ । ସେମାନେ ଫେରିବା ପରେ କୋଭିଡ୍ ଲକ୍ଷଣ ଉପରେ ନଜର ରଖାଯିବ । କଳାହାଣ୍ଡିରେ ଅଧିକ ସତର୍କ ରଖାଯାଇଛି । କାରଣ ବାତ୍ୟାକୁ କେବେ ସମ୍ମୁଖୀନ କରି ନାହାନ୍ତି ଜିଲ୍ଲାବାସୀ । ଆସନ୍ତା ୨ ଦିନ ପାଇଁ ସ୍କୁଲ ବନ୍ଦ । ମଙ୍ଗଳବାର ସ୍ଥିତି ଦେଖି ସ୍କୁଲ ଖୋଲିବା ପାଇଁ ଜିଲ୍ଲାପାଳ ନିଷ୍ପତ୍ତି ନେବେ । ସମସ୍ୟା ଆସିଲେ ଏସଆରସିଙ୍କ ଅଫିସକୁ ଜଣାଇବେ ।

ଏସଆରସିଙ୍କ ପକ୍ଷରୁ ଅନୁରୋଧ , ସେ ଆଜି ସଂଧ୍ୟାରୁ ଆସନ୍ତା କାଲି ୯ଟା ଯାଏଁ କେହି ବାହାରକୁ ଯାଅନ୍ତୁ ନାହିଁ । କଚ୍ଚା ଘରେ ଥିଲେ ପକ୍କା ଘରକୁ ଯାଅନ୍ତୁ । ପାହାଡିଆ ଅଞ୍ଚଳରେ ନଦୀ, ନାଳରେ ପାଣି ଫସିବାର ସମ୍ଭାବନା ଅଛି । ତେଣୁ ପାଣି ଥିବା ବେଳେ କେହି ପ୍ରବେଶ କରନ୍ତୁ ନାହିଁ । ଯାତାୟତ କରନ୍ତୁ ନାହିଁ ବୋଲି ସେ କହିଛନ୍ତି ।

Show More

Related Articles

Back to top button