Breaking PLUSଓଡ଼ିଶାମୁଖ୍ୟ ଖବର

24 ଘଣ୍ଟାରେ ବାତ୍ୟା, ଗଭୀର ଅବପାତର ରୂପ ନେଲା ଅବପାତ

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ଗତ ୬ଘଣ୍ଟାରେ ଘଣ୍ଟା ପ୍ରତି ୧୩ କିମି ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଗଭୀର ଅବପାତରେ ପରିଣତ ହୋଇଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରବିବାର ୩ ତାରିଖରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ତେବେ ୫ରୁ ବର୍ଷାର ବିସ୍ତୃତି ବଢିବ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳବର୍ଷାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

Show More

Related Articles

Back to top button