Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ବଙ୍ଗୋପସାଗରରେ ଛୋଟ ବାତ୍ୟା

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ହୋଇଛି । ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଆସନ୍ତାକାଲି ବାତ୍ୟାର ରୂପ ନେବ। ଏହାର ପ୍ରଭାବରେ ଆଜି ଘଣ୍ଟାପ୍ରତି ୧୭ କିମି ବେଗରେ ଗତି କରୁଛି ଗଭୀର ଅବପାତ। ଏବେ ବିଶାଖାପାଟଣାରୁ ୩୯୦,ପାରାଦୀପରୁ ୩୨୦ କିମି ଦୂରରେ ରହିଛି। ଦୀଘାରୁ ୪୬୦ ଓ ବାଂଲାଦେଶ ଖେପୁପଡାରୁ ୬୧୦ କିମି ଦୂରରେ ଅଛି। କାଳକ୍ରମେ ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ବାତ୍ୟା ରୂପ ନେବ। ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟା ରୂପ ନେଇ ବାଂଲାଦେଶ ଉପକୂଳ ମୁହାଁ ହେବ। ୧୮ ତାରିଖ ସକାଳେ ବାଂଲାଦେଶର ମଙ୍ଗଲା-ଖେପୁପଡା ମଧ୍ୟରେ ଉପକୂଳ ଛୁଇଁବ। ଉପକୂଳ ଛୁଇଁବା ବେଳେ ୫୫ରୁ ୭୫ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

Show More

Related Articles

Back to top button