Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ଦୁର୍ବଳ ହେଉଛି ବାତ୍ୟା ଗୁଲଆବ

ଆସନ୍ତା ୬ ଘଣ୍ଟାରେ ଡିପ୍ରେସନର ରୂପ ନେବ

ବାତ୍ୟା ଗୁଲାବ ଏବେ ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି ।  ସକାଳ ସାଢେ ୫ଟାରେ ଛତିଶଗଡ଼ର ଜଗଦଲପୁରଠାରୁ ୧୧୦ କି.ମି. ପୂର୍ବ-ଦକ୍ଷିଣ ପୂର୍ବ ଓ ଗୋପାଳପୁର ଉପକୂଳରୁ ୨୨୦ କିଲୋମିଟର ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଥିଲା ।

ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୧୪ କିଲୋମିଟର ବେଗରେ ପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୬ ଘଣ୍ଟାରେ ଡିପ୍ରେସନରେ ପରିଣତ ହେବ । ଏହି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ବର୍ତ୍ତମାନର ଡିପ୍ ଡିପ୍ରେସନ୍ ପ୍ରଭାବରେ ଦକ୍ଷିଣ ଓଡ଼ିଶା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବି ବର୍ଷା ହୋଇପାରେ । ଆଜି ପାଇଁ ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ନୂଆପଡ଼ା, ବଲାଙ୍ଗିର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ସର୍ତକ ଓ ସାବଧାନ ରହିବାକୁ ସରକାର ଓ ଜିଲ୍ଲା ପ୍ରଶାସନ ତରଫରୁ କୁହାଯାଇଛି ।

Show More

Related Articles

Back to top button