Breaking PLUSଓଡ଼ିଶାପାଣିପାଗ

୫ ତାରିଖ ମଧ୍ୟାହ୍ନରେ ପୁରୀ ନିକଟରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ‘ଜୱାଦ’

୮୦ରୁ ୯୦ କିମି ବେଗରେ ବହିବ ପବନ

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଜୱାଦ’ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଶନିବାର ସୁଦ୍ଧା ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡି଼ଶା ଉପକୂଳରେ ପହଂଚିବ ।ପରେ ରି-କର୍ଭ କରି ଉତ୍ତର- ଉତ୍ତରପୂର୍ବ ଦିଗରେ ଗତି କରିବ ଓ ରବିବାର ମଧ୍ୟାହ୍ନ ବେଳକୁ ପୁରୀ ନିକଟରେ ସ୍ଥଳଭାଗକୁ ଛୁଇଁବା ସମ୍ଭାବନା ରହିଛି । ତେବେ ଉପକୂଳ ଓଡିଶା ସଂଲଗ୍ନ ହୋଇ ଏହା ପଶ୍ଚିମବଙ୍ଗ ଆଡକୁ ଚାଲିଯିବ ବୋଲି କହିଛନ୍ତି ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।

ବାତ୍ୟା ‘ଜୱାଦ’ ପୁରୀ ଉପକୂଳର ନିକଟବର୍ତୀ ହେଲାବେଳକୁ ଘଂଟାପ୍ରତି ୮୦ରୁ ୯୦ କିଲୋମିଟର ବେଗରେ ପବନ ବହିପାରେ । ସମୟ ସମୟରେ ୧୦୦ କିଲୋମିଟର ବେଗରେ ଝଟ୍କା ଅନୁଭୂତ ହେବ । କିନ୍ତୁ ପ୍ରବଳ ବର୍ଷା ହେବାନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ । ବାତ୍ୟା ପ୍ରଭାବରେ ବର୍ଷା ଆରମ୍ଭ ହୋଇସାରିଥିବା ବେଳେ ମଧ୍ୟରାତ୍ରିରେ ପବନର ବେଗ ବଢିବା ଅନୁମାନ କରାଯାଉଛି । ସ୍ପେଶାଲ ଗ୍ରାଫିକ୍ସ. ବିଶେଷ କରି ପୁରୀ ସମେତ ଗଞ୍ଜାମ, ଗଜପତି ଓ ଜଗତସିଂହପୁରରେ ବର୍ଷା ଓ ପବନର ବେଗ ଅଧିକ ରହିବ । ଶନିବାର ଏସବୁ ଜିଲ୍ଲାରେ ୪୫ରୁ ୫୫ କିମି ବେଗରେ ପବନ ବହିପାରେ । ରବିବାର ବାତ୍ୟା ଲ୍ୟାଣ୍ଡଫଲ କଲାବେଳକୁ ଘଂଟାପ୍ରତି ୮୦ରୁ ୯୦ କିମି ରହିବ ପବନର ବେଗ ।

ବାତ୍ୟା ମୁକାବିଲା ପାଇଁ ପୁରୀରେ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ହୋଇଛି । ଲୋକଙ୍କୁ ସଜାଗ ରହିବାକୁ ମାଇକ ଦ୍ୱାରା ପ୍ରଚାର କରାଯାଇଛି । ସେହିପରି ସମୁଦ୍ର ଅଶାନ୍ତ ରହିଥିବା ଦେଖିବାକୁ ମିଳିଛି । ସମୁଦ୍ର ଭିତରକୁ ମତ୍ସ୍ୟଜୀବିଙ୍କୁ ଯିବାପାଇଁ ବାରଣ କରାଯାଇଛି । ସ୍ଥିତି ଉପରେ ନଜର ରଖିବା ସହ ଉଦ୍ଧାର କାର୍ଯ୍ୟ ପାଇଁ ପୁରୀରେ ଏନଡିଆରଏଫ ଟିମ୍ ମୁତୟନ ହୋଇଛନ୍ତି ।

ବାତ୍ୟା ଦ୍ୱାରା ସର୍ବାଧିକ ପ୍ରଭାବିତ ହେବାକୁ ଥିବା ୪ଟି ଜିଲ୍ଲାରେ ୨୦ ସେଂଟିମିଟରରୁ ଅଧିକ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ରାଜ୍ୟର ସମସ୍ତ ବନ୍ଦରରରେ ୪ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ଜିଲ୍ଲା ପ୍ରଶାସନଗୁଡିକୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସରକାର ।

Show More

Related Articles

Back to top button