ଓଡ଼ିଶାପାଣିପାଗ

ଆସନ୍ତାକାଲି ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ,ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ

ଓଡିଶାକୁ ବାତ୍ୟା ଭୟ । ଆସନ୍ତା କାଲି ଲଘୁଚାପରେ ପରିଣତ ହେବ ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଧୀରେଧୀରେ ଘନେଇବାରେ ଲାଗିଛି ସୃଷ୍ଟ ଘୁର୍ଣ୍ଣିବଳୟ । ତେଣୁ ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ବାରଣ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ୮.୩୦ ସୁଦ୍ଧା ଦକ୍ଷିଣ ପୂର୍ବ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ । ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଆଡ଼କୁ ଗତି କରି ଅକ୍ଟୋବର ୨୨ ତାରିଖ ସକାଳ ସୁଦ୍ଧା ଅବପାତରେ ପରିଣତ ହେବ । ଏହାର ୪୮ ଘଣ୍ଟା ପରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟାର ରୂପ ନେବ । ୨୪ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଦେଖିବାକୁ ମିଳିବ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ କୁହାଯାଇଛି । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାପରେ ସମୁଦ୍ରରେ ପବନର ବେଗର ୪୫ରୁ ୫୫ କିମି ରହିବ । କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଏହା ୬୫ କିମି ମଧ୍ୟ ଛୁଇଁପାରେ । ଏଥିପାଇଁ ଅକ୍ଟୋବର ୨୨ ଓ ୨୩ ତାରିଖରେ ଓଡ଼ିଶା ଉପୂକୁଳରେ ଥିବା ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ କୁହାଯାଇଛି । ତା ସହିତ ଗଭୀର ସମୁଦ୍ର ଯିବାକୁ ମଧ୍ୟ ବାରଣ କରାଯାଇଛି ।

 

Show More

Related Articles

Back to top button