ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ
ଆଜି ବିଶିଷ୍ଟ ସମାଜସେବୀ ଡି.ପ୍ରକାଶ ରାଓଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। କଟକ କାଳିଆ ବୋଦା ଶ୍ମଶାନରେ ଡି.ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ଓ ତାଙ୍କ ଝିଅ ମୁଖାଗ୍ନି ଦେଇଛନ୍ତି। ତାଙ୍କର ଶେଷକୃତ୍ୟ ସମ୍ପନ୍ନବେଳେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇ ତାଙ୍କୁ ଶେଷ ବିଦାୟ ଦେଇଛନ୍ତି। ଗତକାଲି କଟକ ବଡ଼ ମେଡ଼ିକାଲ୍ରେ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କ ପରଲୋକ ହୋଇଥିଲା।

ସୂଚନା ଯୋଗ୍ୟ ଯେ ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ(୬୩)ଙ୍କର ବୁଧବାର ଅପରାହ୍ଣରେ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିଲା। ସେ ଦୀର୍ଘଦିନ ଧରି କରୋନାରେ ଆକ୍ରାନ୍ତ ହୋଇ ଏସ୍ସିବି କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। କରୋନାରେ ଆକ୍ରାନ୍ତ ହେବା ସହିତ ସେ ଦୁଇଥର ହୃଦ୍ଘାତର ଶିକାର ହୋଇଥିଲେ। କିଛିଦିନ ତଳେ ସେ କରୋନାରୁ ଆରୋଗ୍ୟ ଲାଭ କରିଥିଲେ। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଆଜି ତାଙ୍କୁ ସେଣ୍ଟ୍ରାଲ ଆଇସିୟୁକୁ ସ୍ଥାନାନ୍ତର କରାଯିବାର ଥିଲା। ଡାକ୍ତରଙ୍କ ଚେଷ୍ଟା ସତ୍ତ୍ବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ହୋଇନଥିଲା। ଗତକାଲି ଅପରାହ୍ଣ ୪ଟା ୧୫ରେ ତାଙ୍କର ମୃତ୍ୟୁ ଘଟିଥିବା ଏସ୍ସିବି ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି।