ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୧୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

୨୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୦ ଜଣ, ସୁନ୍ଦରଗଡ଼ରୁ ୧୭ ଜଣ,ବାଲେଶ୍ବରରୁ ୧୧ ଜଣ, କଟକରୁ ୧୦ ଜଣ, ବରଗଡ଼,ନୂଆପଡ଼ା ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଁଏ, ମୟୂରଭଞ୍ଜ ,ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଁଏ, ଭଦ୍ରକ, ବଲାଙ୍ଗୀର, ଦେବଗଡ଼,ଗଞ୍ଜାମ, ଯାଜପୁର ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୪ ଜଣ ଆକ୍ରାନ୍ତ ରହିଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୦୫୦କୁ ବୃଦ୍ଧି ପାଇଛି ।

Show More

Related Articles

Back to top button