ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୧୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ  । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୫୯୩କୁ ବୃଦ୍ଧି ପାଇଛି ।

Show More

Related Articles

Back to top button