ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୭୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ବର୍ତ୍ତମାନ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୬୪୪କୁ ବୃଦ୍ଧି ପାଇଛି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧାରୁ ୩୬ ଜଣ, ସୁନ୍ଦରଗଡ଼ରୁ ୨୭ ଜଣ, ନବରଙ୍ଗପୁରରୁ ୧୮ ଜଣ, ନୟାଗଡ଼ରୁ ୧୪ ଜଣ, କଟକରୁ ୮ ଜଣ, ଯାଜପୁର, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଁଏ, ସୋନପୁରରୁ ୫ ଜଣ, ବାଲେଶ୍ବର, ବରଗଡ଼, ଜଗତସିଂହପୁର , ଝାରସୁଗୁଡ଼ା, କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ଦେବଗଡ଼ , ନୂଆପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ବଲାଙ୍ଗୀର ଓ ଗଜପତି ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଭଦ୍ରକ, ବୌଦ୍ଧ, ଢ଼େଙ୍କାନାଳ, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Show More

Related Articles

Back to top button