ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୨୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ ପୁଲ୍‌ରୁ ୧୧ଜଣ ରହିଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୧୫୮୬କୁ ବୃଦ୍ଧି ପାଇଛି ।

Show More

Related Articles

Back to top button