
ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬ ଜଣ, କଟକରୁ ୪୯ ଜଣ, ସୁନ୍ଦରଗଡ଼ରୁ ୨୯ ଜଣ, ନୟାଗଡ଼ରୁ ୧୪ ଜଣ, ନବରଙ୍ଗପୁରରୁ ୧୧ ଜଣ, ଯାଜପୁର ଓ ସମ୍ବଲପୁର ଜିଲ୍ଲାରୁ ୯ ଜଣ ଲେଖାଁଏ, ବରଗଡ଼ରୁ ୮ ଜଣ ,ବଲାଙ୍ଗୀରରୁ ୭ ଜଣ, ପୁରୀରୁ ୬ ଜଣ, ଜଗତସିଂହପୁରରୁ ୫ ଜଣ, ଭଦ୍ରକ, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ବାଲେଶ୍ବର, ଦେବଗଡ଼, ଗଞ୍ଜାମ ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୧୫ ଜଣ ଆକ୍ରାନ୍ତ ରହିଛନ୍ତି।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୯୯୯୫କୁ ବୃଦ୍ଧି ପାଇଛି ।