
ରାଜ୍ୟରେ ଗତ କିଛିଦିନ ହେବ ଉପରତଳ ରହୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ।
ସଂକ୍ରମିତଙ୍କ ମଧ୍ୟରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୭ ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ବର ଜିଲ୍ଲାରୁ ୭, ବରଗଡ଼ରୁ ୫, ବଲାଙ୍ଗୀରରୁ ୬ ଜଣ, ବୌଦ୍ଧରୁ ୨, କଟକରୁ ୨୧ ଜଣ, ଦେବଗଡ଼ରୁ ୫, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୩, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୬୭, କୋରାପୁଟରୁ ୧, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୧୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ାରୁ ୧୩, ପୁରୀରୁ ୩ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୪୦ ଜଣ ଓ ଷ୍ଟେଟପୁଲରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୩, ୨୯, ୪୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୧୮, ୫୫୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬୮୫ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।