ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୩୧କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ ।  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ ରହିଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୧୭କୁ ବୃଦ୍ଧି ପାଇଛି ।

 

Show More

Related Articles

Back to top button