ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ତଳଉପର ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୩୪ ଜଣ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ତଳଉପର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ ଯୋଗେଁ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବରଗଡ଼ ଜିଲ୍ଲାରୁ ୨, ବଲାଙ୍ଗୀରରୁ ୨, ବୌଦ୍ଧରୁ ୧, କଟକରୁ ୨ ଜଣ, ଦେବଗଡ଼ରୁ ୧, ଗଞ୍ଜାମରୁ ୪, କଳାହାଣ୍ଡିରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୭, ମୟୂରଭଞ୍ଜରୁ ୧, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୮୯୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୨୧୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Show More

Related Articles

Back to top button