ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୫୩ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ, ସମ୍ବଲପୁରରୁ ୭ ଜଣ, ପୁରୀରୁ ୫ ଜଣ, ବାଲେଶ୍ବରରୁ ୪ ଜଣ, କଟକରୁ ୩ ଜଣ, ବଲାଙ୍ଗୀର, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼, ଦେବଗଡ଼, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୮୬୧କୁ ବୃଦ୍ଧି ପାଇଛି ।

Show More

Related Articles

Back to top button