ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button