ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୭୯ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୭୯ କରୋନା ପଜିଟିଭ୍ ଚିହ୍ନଟ । ସେମାନଙ୍କ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୩୮ ଜଣ। ଏନେଇ ସୂଚନା ଦେଇଛନ୍ତି ରୀଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୦ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୧୦ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୨ ଜଣ, କଳାହାଣ୍ଡରୁ ୫ ଜଣ, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୧୫ ଜଣ, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୨, ନୂଆପଡ଼ାରୁ ୩ ଜଣ, ପୁରୀରୁ ୫ ଜଣ, ସମ୍ବଲପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନସୁଦ୍ଧା ପଜିଟିଭ୍ ସଂଖ୍ୟା ୧୩୩୫୦୫୦ରେ ପହଞ୍ଚିଛି ।

Show More

Related Articles

Back to top button